ଘାଟିରେ ଓଲଟି ପଡ଼ିଲା ମିନିଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 22, 2019

ଘାଟିରେ ଓଲଟି ପଡ଼ିଲା ମିନିଟ୍ରକ୍‌

mini

ଗୁଣୁପୁର (ଇନ୍ଦ୍ରଜିତ୍ ପଣ୍ଡା): ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍‌ର ଝରଡ଼ି ଘାଟି ନିକଟରେ ଆଜି ଏକ ମିନିଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ରାମନାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସମସ୍ତ ଆହତ ଶ୍ରମିକ ଶ୍ରେଣୀର ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ଗାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ଆଜି ରାଜ୍ୟର ଆଉ ଦୁଇଟି ସ୍ଥାନରେ ମଧ୍ୟ ଘାଟିରେ ଦୁର୍ଘଟଣା ଘଟିଛି। କନ୍ଧମାଳ ଜିଲ୍ଲାର ବ୍ରାହ୍ମଣୀଗାଁ ବଙ୍ଗଡ଼ଦୁଆ ଘାଟିରେ ମିନିଟ୍ରକ୍ ଓଲଟି ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ସେହିପରି କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିର ମହାଦେବ ମନ୍ଦିର ପାଖରେ ଏକ ଅଟୋ ଓଲଟି ଅଟୋ ପଡ଼ିଛି। ଏଥିରେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।



from Odisha Reporter http://bit.ly/2CBzIxk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages