ଭୁବନେଶ୍ୱରରେ ପଞ୍ଚଦଶ ଅର୍ଥ କମିଶନ ଅଧ୍ୟକ୍ଷ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 7, 2019

ଭୁବନେଶ୍ୱରରେ ପଞ୍ଚଦଶ ଅର୍ଥ କମିଶନ ଅଧ୍ୟକ୍ଷ

Finance commission

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚଦଶ ଅର୍ଥ କମିଶନ ଅଧ୍ୟକ୍ଷ ନନ୍ଦ କିଶୋର ସିଂ ୪ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚଛନ୍ତି।

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚବା ପରେ ସାମ୍ବାଦିକମାନଙ୍କ ପ୍ରଶ୍ନ ଉତ୍ତର ଦେଇ ଶ୍ରୀ ସିଂହ କହିଛନ୍ତି ଯେ ଦେଶର ପ୍ରମୁଖ ଆର୍ଥିକ ଶକ୍ତି ହେବା ପାଇଁ ଓଡ଼ିଶାରେ ପର୍ଯ୍ୟାପ୍ତ ସୁଯୋଗ ରହିଛି। ଆର୍ଥିକ ଦୃଷ୍ଟିରୁ ଓଡ଼ିଶା ପଛରେ ପଡ଼ିଥିବା କୁହାଯାଇନପାରେ । ରାଜ୍ୟରେ ଆର୍ଥିକ ସ୍ଥିତିର ଉନ୍ନତି ପାଇଁ ବିଚାରବିମର୍ଶ କରାଯିବ। କୃଷି ଋଣ ଛାଡ଼ କରିବା ପ୍ରସଙ୍ଗ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଉପରେ ନିର୍ଭର କରେ। ଏହି ଗସ୍ତ ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ ଓ ଅଫିସରମାନଙ୍କ ସହ ଆଲୋଚନା କରିବେ।

ଏପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ପ୍ରେସ ରିଲିଜ ଅନୁସାରେ ଜାନୁଆରୀ ୮ ଓ ୯ ତାରିଖରେ ପଞ୍ଚଦଶ ଅର୍ଥ କମିଶନ ଅଧ୍ୟକ୍ଷ ଶ୍ରୀ ସିଂହ ମୁଖ୍ୟମନ୍ତ୍ରୀ, କ୍ୟାବିନେଟ ମନ୍ତ୍ରୀ,ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ, ବିଭିନ୍ନ ରାଜନୀତିକ ଦଳର ପ୍ରତିନିଧି, ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସ୍ୱାୟତ୍ତ ସଂସ୍ଥାର ପ୍ରତିନିଧି ଓ ବାଣିଜ୍ୟ ବ୍ୟବସାୟ ପ୍ରତିଷ୍ଠାନର ପ୍ରତିନିଧିମାନଙ୍କ ସହ ରାଜ୍ୟର ଆର୍ଥିକ ସ୍ଥିତି ଓ ବିକାଶ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ସେ ୧୧ ତାରିଖରେ ଓଡ଼ିଶା ଛାଡ଼ିବେ।



from Odisha Reporter http://bit.ly/2LTSjsK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages