ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’: ଗତବର୍ଷ ‘ନା’, ଏବର୍ଷ ‘ହଁ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’: ଗତବର୍ଷ ‘ନା’, ଏବର୍ଷ ‘ହଁ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ସିଧାସଳଖ ପ୍ରସାରଣ ଦେଖିବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି। ସମସ୍ତ ସ୍କୁଲରେ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମର ପ୍ରସାରଣ ଯେଭଳି ହୁଏ ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଓପେପା ପ୍ରକଳ୍ପ ନିର୍ଦ୍ଦେଶକ ଭୂପିନ୍ଦର ସିଂହ ପୁନିଆ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଆଜି ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଗତବର୍ଷ ଫେବୃୟାରୀ ୧୬ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ସିଧା ପ୍ରସାରଣକୁ ରାଜ୍ୟର ସ୍କୁଲଗୁଡ଼ିକରେ ପିଲାମାନଙ୍କ ଦେଖିବା ପାଇଁ ବ୍ୟବସ୍ଥା କରିବାକୁ ରାଜ୍ୟ ସରକାର ମନା କରିଦେଇଥିଲେ। ଯାହାକୁ ନେଇ ଗତବର୍ଷ ବିଜେପି ଓ ବିଜେଡି ମଧ୍ୟରେ ରାଜନୀତିକ ଉଷ୍ମତା ଦେଖିବାକୁ ମିଳିଥିଲା।

ସୂଚନା ଅନୁସାରେ, ଗତବର୍ଷ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣକୁ ଶିକ୍ଷାନୁଷ୍ଠାନଗୁଡ଼ିକରେ ଦେଖିବା ପାଇଁ ବ୍ୟବସ୍ଥା ନକରିବା ନିମନ୍ତେ ଓଡ଼ିଶା ସରକାର ନିଷ୍ପତ୍ତି ନେଇଥିଲେ। କିନ୍ତୁ ଚଳିତବର୍ଷ ଓଡ଼ିଶା ସରକାର ଏଥିପାଇଁ ଆଗ୍ରହ ଦେଖାଇଛନ୍ତି। ୨୧ ତାରିଖରେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଯିବାପରେ ଆଜି ରାଜ୍ୟ ଓପେପା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ପୁନିଆ ଏହି କାର୍ଯ୍ୟକ୍ରମର ବ୍ୟବସ୍ଥା ସମସ୍ତ ସ୍କୁଲରେ କରିବା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ କେତେ ପିଲା ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିଲେ, ତା’ର ଫଟୋଚିତ୍ର ଉତ୍ତୋଳନ କରି ବିଭାଗର ୱେ ସାଇଟରେ ଅପଲୋଡ୍ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀସ୍ଥିତ ତାଲକଟୋରା ଷ୍ଟାଡ଼ିୟମରେ ପ୍ରାୟ ୨ହଜାର ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାବ ବିନିମୟ କରିବେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଓଡ଼ିଶାରୁ ୧୭ଜଣ ଛାତ୍ରଛାତ୍ରୀ ଦିଲ୍ଲୀ ଗସ୍ତ କରିଛନ୍ତି।

ଗତବର୍ଷ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ବିରୋଧ କରିଥିବା ରାଜ୍ୟର କ୍ଷମତାସୀନ ବିଜେଡି ସରକାର ନିର୍ବାଚନୀ ବର୍ଷରେ ଏଥିପାଇଁ ଅନୁମତି ଦେବାକୁ ନେଇ ବିଜେଡି ଓ ବିଜେପି ମଧ୍ୟରେ ଦୂରତ୍ୱ ହ୍ରାସ ପାଉଥିବାର ଚର୍ଚ୍ଚା ଜୋର ଧରିଛି।



from Odisha Reporter http://bit.ly/2MJ25i1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages