ସମୁଦ୍ରରେ ଛାତ୍ରବୁଡ଼ି ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 20, 2019

ସମୁଦ୍ରରେ ଛାତ୍ରବୁଡ଼ି ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି

କୋଣାର୍କ (ସଞ୍ଜୟ ପତି): ପୁରୀ ଜିଲ୍ଲା ଅସ୍ତରଙ୍ଗ ଜାହାନିଆ ପୀର ନିକଟ ସମୁଦ୍ରରେ ଛାତ୍ରବୁଡ଼ି ଘଟଣାରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକମାନେ ହେଲେ ଅମିତ ମହାନ୍ତି, ଅବିନାଶ ପ୍ରଧାନ ଓ ଶୁଭସୌମ୍ୟ ସେନାପତି। ଏମାନେ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ କଲେଜର ଛାତ୍ର। ପିକ୍‌ନିକ୍‌ ପାଇଁ ଏମାନେ ଯାଇଥିବା ବେଳେ ଏହି ଅଘଟଣ ଘଟିଛି।

ସମୁଦ୍ରରେ ଗାଧୋଉ ଥିବାବେଳେ ଲହଡିରେ ୬ ଜଣ ଛାତ୍ର ଭାସି ଯାଇଥିଲେ। ସେମାନଙ୍କୁ ଉଦ୍ଧାର କରାଯିବା ପରେ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ୩ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ କ୍ୟାକିଟାଲ ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।



from Odisha Reporter http://bit.ly/2S3fGWw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages