ଛୁଟିରେ ଆସିଥିବା ସିଆର୍‌ପିଏଫ୍ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

ଛୁଟିରେ ଆସିଥିବା ସିଆର୍‌ପିଏଫ୍ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ

jawan

ଯାଜପୁର(ଗୁଲାମ୍‌ ଗସ୍‌): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ନାଳକୁଳ ଗାଁରେ ଜଣେ ସିଆରପିଏଫ୍ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯବାନ ହେଲେ ସୌମ୍ୟରଞ୍ଜନ ପରିଡ଼ା।

deadbodyଏହି ଘଟଣାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ହତ୍ୟାକାରୀକୁ ଗିରଫ ଦାବିରେ ମୃତଦେହ ରଖି ବରୁଆଁ- ବାଲିଚନ୍ଦ୍ରପୁର ରାସ୍ତାକୁ ଅବରୋଧ କରିଛନ୍ତି ଗ୍ରାମବାସୀ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

ସୌମ୍ୟରଞ୍ଜନ ୩ ମାସ ହେବ ଛୁଟିରେ ଘରକୁ ଆସିଥିଲେ। ୨୭ ତାରିଖ ସନ୍ଧ୍ୟାରେ ସାଙ୍ଗମାନଙ୍କ ସହିତ ଏକ ବିବାହ ଭୋଜିକୁ ଯାଇଥିଲେ। ହେଲେ ବିଳମ୍ବିତ ରାତିରେ କେହି ତାଙ୍କୁ ଘର ସମ୍ମୁଖରେ ମୁମୂର୍ଷୁ ଅବସ୍ଥାରେ ଛାଡି ଦେଇ ଚାଲି ଯାଇଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ ଯାଜପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସୌମ୍ୟରଞ୍ଜନଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଗତକାଲି ଥାନାରେ ଅଭିଯୋଗ କରାଯାଇଥିଲା।



from Odisha Reporter http://bit.ly/2B9bmLD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages