ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା

ଜୟପୁର (ଟି.ଗୌରୀଶଙ୍କର): କୋରାପୁଟ ଜିଲ୍ଲା ଜୟପୁର ବ୍ଲକ୍‌ ଅନ୍ତର୍ଗତ କେବିଡିରେ ଏକ କଲଭର୍ଟରୁ ଗୋଟିଏ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଗାଁ ଲୋକେ ଶିଶୁଟିକୁ ଉଦ୍ଧାର କରିଥିଲେ।

ଉଦ୍ଧାର କରାଯିବା ପରେ ଶିଶୁଟିକୁ ରାବଣାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଶିଶୁଟିର ଅବସ୍ଥା ଭଲ ଥିବା ଜଣାପଡ଼ିଛି।

ଶିଶୁଟିକୁ ଶିଶୁ ସୁରକ୍ଷା କମିଟିକୁ ହସ୍ତାନ୍ତର କରାଯାଇଛି। ଶିଶୁ ସୁରକ୍ଷା କମିଟି ସହାୟତାରେ ଶିଶୁଟିକୁ କୋରାପୁଟ ମେଡିକାଲ୍‌ କଲେଜକୁ ସ୍ଥାନାନ୍ତର କରାଯାଇଛି।

ଶିଶୁ ସୁରକ୍ଷା କମିଟିର ସଦସ୍ୟମାନେ ଗାଁରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି।



from Odisha Reporter http://bit.ly/2WoI8Bn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages