ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ନକ୍ସଲ ନିହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ନକ୍ସଲ ନିହତ

naxal

ରାଞ୍ଚି: ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ପାଖରୁ ୨ଟି AK 47 ରାଇଫଲ, ଗୋଟିଏ ଥ୍ରୀ ନଟ୍ ଥ୍ରୀ ରାଇଫଲ୍ ଓ ୨ଟି ପିସ୍ତଲ ଜବତ କରାଯାଇଛି।

ଚାଇଁବସା ଜିଲ୍ଲା ବନ୍ଦଗାଁଓ ଜଙ୍ଗଲରେ ପିଏଲ୍ଏଫ୍ଆଇ ସଂଗଠନର ନକ୍ସଲମାନେ ଗତକାଲି ରାତିରେ ଏକାଠି ହୋଇ ଆକ୍ରମଣ ପାଇଁ ଯୋଜନା କରୁଥିଲେ। ଏନେଇ ଗୁଇନ୍ଦା ସୂଚନା ମିଳିବା ପରେ ପୁଲିସ୍ ଓ ନକ୍ସଲ ଅଭିଯାନରେ ସାମିଲ ଥିବା ଅନ୍ୟ ସୁରକ୍ଷା କର୍ମୀମାନେ ଚଢ଼ାଉ କରିଥିଲେ। ଏହି ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଜଣେ ପୁଲିସ୍ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଚାଇଁବସା ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।

ଏସ୍‌ପି ଚନ୍ଦନ ଝା କହିଛନ୍ତି ଯେ ଏବେ ବି ବନ୍ଦଗାଁଓ ଜଙ୍ଗଲରେ କମ୍ବିଂ ଅପରେସନ୍ ଚାଲିଛି।



from Odisha Reporter http://bit.ly/2B4xaYv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages