ସିମ୍‌ରନଙ୍କ ମୃତ୍ୟୁ ଘଟଣାରେ ହତ୍ୟା ମାମଲା ରୁଜୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 10, 2019

ସିମ୍‌ରନଙ୍କ ମୃତ୍ୟୁ ଘଟଣାରେ ହତ୍ୟା ମାମଲା ରୁଜୁ

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାର ଆଲ୍‌ବମ୍ ଅଭିନେତ୍ରୀ ସିମ୍‌ରନ୍ ସିଂହ ମୃତ୍ୟୁ ଘଟଣାରେ ବୁର୍ଲା ପୁଲିସ ହତ୍ୟା ମାମଲା ରୁଜୁ କରିଛି। ସିମ୍‌ରନ୍‌ଙ୍କ ବାପାଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରିଛି। ଏନେଇ ସୂଚନା ଦେଇଛନ୍ତି ସମ୍ୱଲପୁର ଏସ୍‌ପି ସଞ୍ଜୀବ ଆରୋରା। ପୂର୍ବରୁ ବୁର୍ଲା ଥାନା ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରିଥିଲା।

ଗତ ୩ ତାରିଖରେ ଗୋଇରା ମଠ ପାଖ ମହାନଦୀ ପୋଲ ତଳୁ ସିମରନଙ୍କ ମୃତଦେହ ମିଳିଥିଲା। ଏହି ମାମଲାରେ ସିମ୍‌ରନ୍‌ଙ୍କୁ ପ୍ରେମବିବାହ କରିଥିବା ଧୃବରାଜ ସୁନାଙ୍କୁ ଝାରସୁଗୁଡ଼ା ପୁଲିସ୍ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସିମ୍‌ରନଙ୍କୁ ଅପହରଣ ଓ ନିର୍ଯାତନା ଦେଉଥିବା ନେଇ ଗତ ଏପ୍ରିଲ ଏବଂ ଡିସେମ୍ବର ୨୭ରେ ହୋଇଥିବା ଏତଲା ଆଧାରରେ ଝାରସୁଗୁଡ଼ା ପୁଲିସ୍‌ ଧ୍ରୁବରାଜଙ୍କୁ ଗିରଫ କରିଥିଲା। ସିମ୍‌ରନ୍‌ ନାବାଳିକା ଥିବାରୁ ପୋକ୍ସୋ ଆକ୍ଟରେ ଧ୍ରୁବରାଜଙ୍କୁ ଗିରଫ କରାଯାଇଥିବା ପୁଲିସ୍ କହିଥିଲା।

ଗତ ୧୩.୪.୧୮ରେ ସିମ୍‌ରନ୍‌କୁ ଅପହରଣ କରାଯାଇଥିବା ତାଙ୍କ ମା’ ଝାରସୁଗୁଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ସଂକ୍ରାନ୍ତରେ ଝାରସୁଗୁଡ଼ା ଥାନାରେ ୨୫୬ ଦଫାରେ ଏକ ମାମଲା ବି ରୁଜୁ ହୋଇଥିଲା। ଗତ ୨୮ ଡିସେମ୍ବର ଦିନ ସିମ୍‌ରନ୍‌ ଘରକୁ ଫେରିବା ସହ ଝାରସୁଗୁଡ଼ା ଥାନାରେ ଧ୍ରୁବରାଜଙ୍କ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ନେଇ ଲିଖିତ ଅଭିଯୋଗ କରିଥିଲେ। ଏହି ଏତଲାକୁ ଭିତ୍ତି କରି ଧ୍ରୁବରାଜଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।



from Odisha Reporter http://bit.ly/2RHxcPJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages