ରାସ୍ତାକୁ ଓହ୍ଲାଇଲେ ଛାତ୍ରୀ ଓ ଅଭିଭାବକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

ରାସ୍ତାକୁ ଓହ୍ଲାଇଲେ ଛାତ୍ରୀ ଓ ଅଭିଭାବକ

studnts-13

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଚିଲଗୁଡ଼ା କସ୍ତୁରବା ଗାନ୍ଧି ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ହୋଇଥିବା ରାସ୍ତାରୋକ ପ୍ରତ୍ୟାହାର ହୋଇଯାଇଛି। ପ୍ରାଶାସନିକ ଅଧିକାରୀ ପହଞ୍ଚି ବୁଝାସୁଝା ପରେ ଜାତୀୟ ରାଜପଥ ଉପରୁ ଲୋକେ ହଟିଯାଇଛନ୍ତି।

ଏହି ଆବାସିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରିଚାଳନାରେ ଅବ୍ୟବସ୍ଥା ହେଉଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଛାତ୍ରୀ ଓ ଅଭିଭାବକ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ। ହେଲେ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ନଯିବାରୁ ଛାତ୍ରୀ ଓ ଅଭିଭାବକ ଆଜି ସକାଳେ ରାସ୍ତା ଅବରୋଧ କରିଥିଲେ। ଫଳରେ ଭବାନୀପାଟଣା ଓ ଜୟପୁର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା।



from Odisha Reporter http://bit.ly/2sNJBUl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages