୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 20, 2019

୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ambulance

ନୟାଗଡ଼ (ସତ୍ୟନାରାୟଣ ସୁରଜଗଦେବ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଡ୍ୟାମ୍‌ ଛକ ନିଟରେ ଆଜି ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି।

ଆମ୍ବୁଲାନ୍ସଟି ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ିର ଆଗ ଆକ୍ସିଲ ଭାଙ୍ଗିଯିବାରୁ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ନିୟମିତ ଭାବେ ରାଜ୍ୟର ବିଭିନ୍ନ ସ୍ଥାନରୁ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହେଉଥିବା ଖବର ଆସୁଛି। ଗତ ମାସେ ମଧ୍ୟରେ ନବରଙ୍ଗପୁର, ମୟୁରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଆଦି ଜିଲ୍ଲାରୁ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଖବର ଆସିଛି। କେଉଁଠି ଭାରସାମ୍ୟ ହରାଇ ୧୦୮ ଆମ୍ବୁଲାନ୍ସ ଓଲଟି ପଡ଼ିଛି ତ ଆଉ କେଉଁଠି ଗଛରେ ପିଟି ଦେଇଛି। ପୁଣି କେଉଁଠି ଅନ୍ୟ ଗାଡ଼ି ସହିତ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଲୋକଙ୍କ ମୃତ୍ୟୁ ବି ଘଟିଛି। ଆମ୍ବୁଲାନ୍ସ ଦୁର୍ଘଟଣା ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି।



from Odisha Reporter http://bit.ly/2DnxGCB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages