ଅଚ୍ୟୁତଙ୍କ ପାଇଁ ଅଡ଼ୁଆ ବଢ଼ିଲା: ରିପୋର୍ଟ ମାଗିଲେ ନିର୍ବାଚନ କମିଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 5, 2019

ଅଚ୍ୟୁତଙ୍କ ପାଇଁ ଅଡ଼ୁଆ ବଢ଼ିଲା: ରିପୋର୍ଟ ମାଗିଲେ ନିର୍ବାଚନ କମିଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଟ୍‌ର ପ୍ରତିଷ୍ଠାତା ତଥା ବିଜେଡି ରାଜ୍ୟସଭା ସାଂସଦ ଅଚ୍ୟୁତ ସାମନ୍ତଙ୍କ ରାଜ୍ୟସଭା ପ୍ରାର୍ଥିପତ୍ରରେ ମିଥ୍ୟା ସତ୍ୟପାଠ ଦାଖଲ ସମ୍ପର୍କରେ ରିପୋର୍ଟ ତଲବ କରିଛନ୍ତି ନିର୍ବାଚନ କମିଶନ। ଏନେଇ ତୁରନ୍ତ ରିପୋର୍ଟ ଦେବାକୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟସଭା ନିର୍ବାଚନ ସମୟରେ ଅଚ୍ୟୁତ ସାମନ୍ତ ମିଥ୍ୟା ସତ୍ୟପାଠ ସହ ଜାଲ ପ୍ୟାନ୍ ଓ ଭୋଟର କାର୍ଡ ଦାଖଲ କରିଥିବା ନେଇ ମାନବାଧିକାର କର୍ମୀ ସୁବାସ ମହାପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗର ତୁରନ୍ତ ଶୁଣାଣି ହୋଇନଥିବାରୁ ଅଭିଯୋଗକାରୀ ହାଇକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟ ଏହାର ଶୁଣାଣି କରି ନିର୍ବାଚନ କମିଶନଙ୍କୁ ଏହାର ସତ୍ୟାସତ୍ୟ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ନିର୍ବାଚନ ଆୟୋଗଙ୍କ ତରଫରୁ ଏଯାଏ କୌଣସି ଚିଠି ମିଳନଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଥିଲେ।
ଏ ନେଇ ଅଚ୍ୟୁତ ସାମନ୍ତଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।



from Odisha Reporter http://bit.ly/2F9OpeT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages