ନବୀନଙ୍କ ଦଳରେ ମିଶିଲେ ନବ ଦାସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 24, 2019

ନବୀନଙ୍କ ଦଳରେ ମିଶିଲେ ନବ ଦାସ

naba

ଝାରସୁଗୁଡ଼ା (ଓଡ଼ିଶା ରିପୋର୍ଟର): ସପ୍ତାହେ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିବା ଝାରସୁଗୁଡ଼ା ବିଧାୟକ ନବ ଦାସ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ତାଙ୍କ ସମର୍ଥକଙ୍କ ସହିତ ବିଜେଡିରେ ମିଶିଛନ୍ତି।

ନବ ଦାସଙ୍କ ସହିତ ଝାରସୁଗୁଡ଼ା ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ୭ ଜଣ ସଦସ୍ୟ ମଧ୍ୟ ବିଜେଡିରେ ମିଶିଛନ୍ତି। ଏହା ସହିତ ୫ଟି ବ୍ଲକ୍‌ର ସମସ୍ତ କଂଗ୍ରେସ ଅଧ୍ୟକ୍ଷ ଓ ଅଧ୍ୟକ୍ଷା ମଧ୍ୟ ବିଜେଡିରେ ମିଶିଛନ୍ତି।

ମୁଖ୍ୟମନ୍ତ୍ରୀ ଆଜି ଝାରସୁଗୁଡ଼ା ଗସ୍ତରେ ଆସିଥିବା ବେଳେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି।

ଏହି ଅବସରରେ ବରଗଡ଼ ସାଂସଦ ପ୍ରଭାସ ସିଂହ, ସମ୍ବଲପୁର ବିଧାୟକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ, ସଞ୍ଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ପୂର୍ବତନ ବାଚସ୍ପତି କିଶୋର ମହାନ୍ତି ଓ ଅନୁପ ସାଏ ପ୍ରମୁଖ ଉପସ୍ଥିତ ଥିଲେ।

ଜାନୁଆରୀ ୧୬ ତାରିଖରେ ନବ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଅବଶ୍ୟ କଂଗ୍ରେସ କହିଛି ଯେ ସେ ଇସ୍ତଫା ଦେବା ପୂର୍ବରୁ ଦଳ ତାଙ୍କୁ ବହିଷ୍କାର କରାଯାଇଥିଲା।

କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ନବ ସ୍ପଷ୍ଟ ଭାବେ ଉଲ୍ଲେଖ କରିଥିଲେ ଯେ ସେ ବିଜେଡିରେ ମିଶିବେ। ତାଙ୍କ ଅଞ୍ଚଳବାସୀ ଚାହୁଁଥିବା ଯୋଗୁ ସେ ବିଜେଡିରେ ମିଶିବେ ବୋଲି ଲେଖିଥିଲେ।

ସୂଚନାଯୋଗ୍ୟ, ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ନବ ଦାସ ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କୁ ପରାସ୍ତ କରିଥିଲେ।



from Odisha Reporter http://bit.ly/2BapyUL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages