
ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲୱାମା ଜିଲ୍ଲାରେ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଆର୍ମି ଯବାନ ସହିଦ ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ଜଣେ ଆତଙ୍କୀ ନିହତ ହୋଇଛି।
ଆତଙ୍କବାଦୀଙ୍କ ଗୁଳିରେ ଆଉ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ନିହତ ଆତଙ୍କବାଦୀ ନିକଟରୁ ବିପୁଳ ପରିମାଣର ବିସ୍ଫୋରକ ସହ ଗୋଟିଏ ଏକେ -୪୭ ଜବତ କରାଯାଇଛି।
ଆଜି ପୁଲୱାମା ଜିଲ୍ଲାର ରତନିପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପୂରା ଅଞ୍ଚଳକୁ କର୍ଡନ କରାଯାଇ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ତେବେ ସର୍ଚ୍ଚ ଅପରେସନ୍ ବେଳେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ମାଡ଼ କରିଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଜବାବ ଦିଆଯାଇଥିଲା।
ଦୀର୍ଘ ସମୟ ଧରି ଚାଲିଥିବା ଏହି ଗୁଳି ବିନିମୟ ସମୟରେ ଆର୍ମି ଯବାନ ବଲଜୀତ ସିଂହଙ୍କ ଦେହରେ ଗୁଳି ମାଡ଼ ହୋଇଥିଲା। ପରବର୍ତ୍ତୀ ଅବସ୍ଥାରେ ସେ ସହିଦ ହୋଇଥିଲେ। ଅନ୍ୟପକ୍ଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ଆତଙ୍କବାଦୀର ପରିଚୟ ମିଳିପାରି ନାହିଁ।
from Odisha Reporter http://bit.ly/2Bza2Su
No comments:
Post a Comment