୭ ତାରିଖରୁ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି, ୮ ରୁ ୯ ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 5, 2019

୭ ତାରିଖରୁ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି, ୮ ରୁ ୯ ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫେବୃୟାରୀ ୭ ତାରିଖରୁ ୯ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଥିବା ବେଳେ ୮ ରୁ ୯ ତାରିଖ ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଦେବଗଡ, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଯାଜପୁର ପ୍ରଭୃତି ଜିଲ୍ଲାଗୁଡ଼ିକରେ ଫେବୃୟାରୀ ୮ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ସେହିଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।

ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ଯୋଗୁଁ ଉଭୟ ଦିନ ଏବଂ ରାତିର ତାପମାତ୍ରା ଫେବୃୟାରୀ ୭ ତାରିଖ ପର୍ଯ୍ୟନ୍ତ ବଢ଼ିପାରେ। ତେବେ ଏହା ପରେ ବର୍ଷା ହେବା ଯୋଗୁଁ ତାପମାତ୍ରା କମିବା ସହ ଆକାଶ ମେଘାଚ୍ଛନ୍ନ ରହିବାର ସମ୍ଭାବନା ରହିଛି। ଫେବୃୟାରୀ ୧୦ ରୁ ୧୨ ମଧ୍ୟରେ ଉଭୟ ଦିନ ଓ ରାତିର ତାପମାତ୍ରା କମିପାରେ ବୋଲି ସିଇସିର ବୁଲେଟିନରେ ସୂଚନା ଦିଆଯାଇଛି।



from Odisha Reporter http://bit.ly/2HS6WhL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages