
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୩ ତାରିଖରୁ ୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରେ ଘଡ଼ଘଡି ସହ ବର୍ଷା ହୋଇପାରେ।
ଗତକାଲି କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଗୋପାଳପୁରରେ ସର୍ବାଧିକ ୧୧.୬ ମିଲିମିଟର ବର୍ଷା ହୋଇଥିଲା। ବୁଧବାର ରାତିରେ ବି ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ କିଛି ସ୍ଥାନରେ ବର୍ଷା ସହିତ ପବନ ବହିଥିଲା।
from Odisha Reporter https://ift.tt/2Eq9ZbZ
No comments:
Post a Comment