ଆସିକା ସାଂସଦ ଲଡୁକିଶୋର ସ୍ୱାଇଁଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 5, 2019

ଆସିକା ସାଂସଦ ଲଡୁକିଶୋର ସ୍ୱାଇଁଙ୍କ ପରଲୋକ

bjd

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସିକା ସାଂସଦ ତଥା ବିଜେଡିର ବରିଷ୍ଠ ନେତା ଲଡୁ କିଶୋର ସ୍ୱାଇଁଙ୍କର ପରଲୋକ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଡନୀ ରୋଗରେ ଆକ୍ରାନ୍ତ ଥିଲେ।

ଗତକାଲି ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପରିବାର ଲୋକେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା।

ଆଜି ଲଡୁକିଶୋରଙ୍କ ମର ଶରୀରକୁ ଗଞ୍ଜାମ କବିସୂର୍ଯ୍ୟନଗରର ପଥରା ଗାଁକୁ ନିଆଯାଇ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ।

୧୯୪୭ ଜୁଲାଇ ୮ ତାରିଖରେ ଜନ୍ମଗ୍ରହଣ କରିଥିବା ଲଡୁକିଶୋର ୨୦୧୪ରେ ଆସିକା ନିର୍ବାଚନମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏହା ପୂର୍ବରୁ ୨୦୦୪ରେ ସେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।



from Odisha Reporter http://bit.ly/2I46YDg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages