୧୯’ ନିର୍ବାଚନ ଲାଗି ଆଜି ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 12, 2019

୧୯’ ନିର୍ବାଚନ ଲାଗି ଆଜି ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦୧୯ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ କମିସନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆଜିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର ସୁନୀଲ ଆରୋରା ।

ଏଥିରେ ଇସିଆଇର ଏକ ଟିମ୍‌ ମଧ୍ୟ ରହିଛି। ଭୁବନେଶ୍ୱରରେ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବା ସହ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ପୃଥକ ଭାବେ ଆଲୋଚନା କରିବେ। ଜିଲ୍ଳାସ୍ତରର ନିର୍ବାଚନ ଅଧିକାରୀ, ଏସ୍‌ପି, ପୁଲିସ ଆଇଜି ଓ ୩ ରାଜସ୍ୱ ଆୟୋଗଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା ମଧ୍ୟ କରିବେ କମିସନ ।

ଏଥିସହ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ କମିସନ ଅନୁଧ୍ୟାନ କରିବା ସହ ପୁଲିସ ନୋଡାଲ ଅଫିସର ଓ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀ ମୁଖ୍ୟଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ସେହିପରି ୧୫ ତାରିଖରେ କମିସନ ରାଜ୍ୟ ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, ଆଇନ ବିଭାଗ ସଚିବ ଓ କେନ୍ଦ୍ରୀୟ ଅଧିକାରୀଙ୍କ ସହ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିବେ।



from Odisha Reporter http://bit.ly/2tjpVru

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages