ଫେବୃଆରୀ ୨୬ରେ ଅଯୋଧ୍ୟା ଜମି ବିବାଦର ଶୁଣାଣି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 20, 2019

ଫେବୃଆରୀ ୨୬ରେ ଅଯୋଧ୍ୟା ଜମି ବିବାଦର ଶୁଣାଣି

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦର ଶୁଣାଣି ଆସନ୍ତା ୨୬ ତାରିଖରେ ହେବ। ରାଜନୀତିକ ଦୃଷ୍ଟି କୋଣରୁ ଗୁରୁତ୍ୱ ରଖୁଥିବା ଏହି ମାମଲାର ଶୁଣାଣି ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠରେ ହେବ।

ପୂର୍ବରୁ ଏହି ମାମଲାର ଶୁଣାଣି ଜାନୁଆରୀ ୨୯ରେ ହେବାର ଥିଲା। କିନ୍ତୁ ସାମ୍ବିଧାନିକ ଖଣ୍ଡପୀଠରେ ଥିବା ଜଷ୍ଟିସ୍‌ ଏସ୍‌ଏ ବୋବଡେ ଛୁଟିରେ ଚାଲି ଯାଇଥିବାରୁ ଏହାର ଶୁଣାଣି ଘୁଞ୍ଚି ଯାଇଥିଲା।

ଆଜି ମିଳିଥିବା ସୂଚନା ଅନୁସାରେ, ଛୁଟିରେ ଥିବା ଜଷ୍ଟିସ୍‌ ବୋବଡେ ଏବେ କୋର୍ଟ କାର୍ଯ୍ୟରେ ଯୋଗ ଦେଇଛନ୍ତି। ତେଣୁ ଆସନ୍ତା ୨୬ ତାରିଖରେ ଅଯୋଧ୍ୟା ମାମଲାର ଶୁଣାଣି ଆରମ୍ଭ ହେବ। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ସାମ୍ବିଧାନିକ ଖଣ୍ଡପୀଠରେ ଜଷ୍ଟିସ୍‌ ଏସ୍‌ଏ ବୋବଡେ, ଜଷ୍ଟିସ୍‌ ଡିୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଅଶୋକ ଭୂଷଣ ଓ ଜଷ୍ଟିସ୍‌ ଅବଦୁଲ ନଜିର ରହିଛନ୍ତି।

ଆହ୍ଲାବାଦ ହାଇକୋର୍ଟ ଅଯୋଧ୍ୟା ମାମଲାରେ ୨୦୧୦ରେ ଏକ ରାୟ ଦେଇଥିଲେ। ବିବାଦୀୟ ୨.୭୭ ଏକର ଜମିକୁ କୋର୍ଟ ସୁନ୍ନି ୱାକଫ ବୋର୍ଡ, ନିର୍ମୋହି ଆଖଡ଼ା ଓ ରାମ ଲଲ୍ଲାଙ୍କ ମଧ୍ୟରେ ସମାନ ୩ ଭାଗରେ ବାଣ୍ଟି ଦେବାକୁ କୋର୍ଟ ରାୟ ଦେଇଥିଲେ। କିନ୍ତୁ ୨୦୧୧ରେ ସୁପ୍ରିମକୋର୍ଟ ଆହ୍ଲାବାଦ ହାଇକୋର୍ଟ ଦେଇଥିବା ରାୟ ଉପରେ ରୋକ ଲଗାଇଥିଲେ। ତେବେ ଏହା ବିରୋଧରେ ୧୪ଟି ଆବେଦନ ସୁପ୍ରିମକୋର୍ଟରେ ହୋଇଛି।



from Odisha Reporter https://ift.tt/2T57FR3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages