୨ ଜୈଶ ଆତଙ୍କୀ ନିହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 22, 2019

୨ ଜୈଶ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀର ସ୍ଥିତ ୱାରପୋରାରେ ଆଜି ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଜୈଶ-ଇ-ମହମ୍ମଦର ଆତଙ୍କବାଦୀ ନିହତ ହୋଇଛନ୍ତି।
ୱାରପୋରାଠାରେ ଥିବା ଏକ ଗାଁରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା। ଏହି ସର୍ଚ୍ଚ ଅପରେଶନ ବେଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା।

ଦୀର୍ଘ ସମୟ ଧରି ଚାଲିଥିବା ଏନ୍‌କାଉଣ୍ଟରରେ ୨ ଜଣ ଜୈଶ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଏକେ-୪୭ ବନ୍ଧୁକ ଜବତ ହୋଇଛି। ତେବେ ସେମାନଙ୍କ ପରିଚୟ ମିଳିପାରି ନାହିଁ ବୋଲି ଦକ୍ଷିଣ କଶ୍ମୀରର ଡିଆଜି ଅତୂଲ କୁମାର ଗୋଏଲ କହିଛନ୍ତି।



from Odisha Reporter https://ift.tt/2VcDnt6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages