ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡ଼ି, ଚାଲିଗଲା ଦୁଇ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 24, 2019

ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡ଼ି, ଚାଲିଗଲା ଦୁଇ ଜୀବନ

accident

ଭବାନୀପାଟଣା (ରାଜକୁମାର ସିଂହଦେଓ): କଳାହାଣ୍ଡି  ଜିଲ୍ଲା ନରଲା ଥାନା ଅନ୍ତର୍ଗତ ରତନପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ବରଯାତ୍ରୀ ଗାଡ଼ି(ଟାଟା ମ୍ୟାଜିକ୍‌) ଧକ୍କା ଦେବା ଫଳରେ ଏହି ଅଘଟଣ ଘଟିଛି। ମୃତକମାନେ ହେଲେ ଭବାନୀପାଟଣାର ଗଙ୍ଗା ପ୍ରଧାନ ଏବଂ ଶଶୀ ଆରୁଖ।

ଗତକାଲି ବିଳମ୍ୱିତ ରାତିରେ ଭବାନୀପାଟଣାର ଏକ ବରଯାତ୍ରୀ ଗାଡ଼ି ଭଞ୍ଜନଗରକୁ ଯାଉଥିଲା। ଏହି ସମୟରେ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଏଥିରେ ଟାଟା ମ୍ୟାଜିକ୍‌ରେ ବସିଥିବା ଡ୍ରାଇଭର ସମେତ ୭ ଜଣ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଗଙ୍ଗା ଓ ଶଶୀଙ୍କ ମୃତ୍ୟୁ ଘଟିଥିଲା।

ଅନ୍ୟ ଆହତମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।



from Odisha Reporter https://ift.tt/2H4sPst

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages