ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାକୁ ପୂରିଲା ବର୍ଷେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 23, 2019

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାକୁ ପୂରିଲା ବର୍ଷେ

punjilalpatanagarh

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ଆଜି ବର୍ଷେ ପୂରିଛି। ଗତବର୍ଷ ଆଜିର ଦିନରେ ପାଟଣାଗଡ଼ ସହରର ବରହମ୍‌ପୁରାରେ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ଘରକୁ ଆସିଥିବା ଏକ ପାର୍ସଲ ବୋମା ବିସ୍ଫୋରଣ ହୋଇଥିଲା। ଏଥିରେ ରବୀନ୍ଦ୍ରଙ୍କ ନବବିବାହିତ ପୁଅ ସୌମ୍ୟଶେଖର ଏବଂ ସମ୍ପର୍କୀୟଙ୍କ ମୃତ୍ୟୁ ଘଟିଥିଲା। ଏହି ବିସ୍ଫୋରଣରେ ସୌମ୍ୟଶେଖରଙ୍କ ପତ୍ନୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ।

ସାରା ଦେଶରେ ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ହାଇପ୍ରୋଫାଇଲ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଘଟଣାରେ ସୌମ୍ୟଶେଖରଙ୍କ ମାଆ ସଂଯୁକ୍ତା ସାହୁଙ୍କ ସହ ଏକାଠି ଗୋଟିଏ କଲେଜରେ କାମ କରୁଥିବା ଅଧ୍ୟାପକ ପୁଞ୍ଜିଲାଲ୍ ମେହେରଙ୍କୁ ଗିରଫ କରିଥିଲା।

ଅଭିଯୁକ୍ତ ପୁଞ୍ଜିଲାଲ୍ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। କୋର୍ଟରେ କ୍ରାଇମବ୍ରାଞ୍ଚ ଚୂଡ଼ାନ୍ତ ଚାର୍ଜସିଟ୍ ଦାଖଲ କରିସାରିଛି।



from Odisha Reporter https://ift.tt/2Ixoa4A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages