ଦୁଇ ପରିବାର ମଧ୍ୟରେ ସଂଘର୍ଷ, ୬ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 12, 2019

ଦୁଇ ପରିବାର ମଧ୍ୟରେ ସଂଘର୍ଷ, ୬ ଆହତ

recast

ଯାଜପୁର (ଗୁଲାମ୍ ଗସ୍‌): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଚଇନିହୁଡ଼ା ଗାଁରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ବି ଅଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଚଇନିହୁଡ଼ା ଗାଁର ପିତାମ୍ବର ନାୟକ ଓ ରତ୍ନାକର ନାୟକଙ୍କ ପରିବାର ମଧ୍ୟରେ ଜମିବାଡିକୁ କେନ୍ଦ୍ରକରି ବହୁ ଦିନରୁ ବିବାଦ ଲାଗିରହିଛି। ଏବେ ଏହି ମାମଲା କୋର୍ଟରେ ବିଚାରାଧୀନ ରହିଛି।

ଆଜି ଉକ୍ତ ବିବାଦୀୟ ଜମିରେ ବାଡ଼ ବସାଇବାକୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ମାରପିଟ ହୋଇଥିଲା। ଫଳରେ ଉଭୟ ଗୋଷ୍ଠୀରୁ ମୋଟ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ରତ୍ନାକରଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ଏ ଘଟଣା ନେଇ ଉଭୟ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2BHhpaD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages