ଆଇଏଏସ ଅଦଳବଦଳ: ୫ ଜିଲ୍ଳାରେ ନୂଆ ଜିଲ୍ଲାପାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 9, 2019

ଆଇଏଏସ ଅଦଳବଦଳ: ୫ ଜିଲ୍ଳାରେ ନୂଆ ଜିଲ୍ଲାପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ପରେ ୩ବର୍ଷରୁ ଅଧିକ ସମୟ ଧରି ଗୋଟିଏ ସ୍ଥାନରେ ଥିବା କିଛି ଅଫିସରଙ୍କ ବଦଳି ହୋଇଛି। ଅନୁଗୋଳ, ଝାରସୁଗୁଡ଼ା, ଜଗତସିଂହପୁର, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ନିଯୁକ୍ତି ମିଳିଛି। ମୋଟ ୧୦ଜଣ ବରିଷ୍ଠ ପ୍ରଶାସନିକ ଅଫିସରଙ୍କ ଆଜି ବଦଳି ହୋଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ଅନୁଗୋଳ ଜିଲ୍ଲାପାଳ ଅନୀଲ କୁମାର ସାମଲଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଓ ଝାରସୁଗୁଡ଼ା ଜିଲ୍ଲାପାଳ ବିଭୂତି ଭୂଷଣ ପଟ୍ଟନାୟକଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ରାୟଗଡ଼ା ଜିଲ୍ଲାପାଳ ଗୁହା ପୁନମ ତାପସ କୁମାରଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ ସମ୍ବଲପୁର ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ ଅବସ୍ଥାପିତ କରାଯାଇଛି। ଜଗତସିଂହପୁର ଜିଲ୍ଲାପାଳ ଯାମିନୀ ଷଡ଼ଙ୍ଗୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ, ବିଡିଏ ସଚିବ ମନୋଜ କୁମାର ମହାନ୍ତି-୨ଙ୍କୁ ଅନୁଗୋଳ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।ସେହିପରି ବିଏମସି କମିଶନର ଶୁଭମ ସାକସେନାଙ୍କୁ ସମ୍ବଲପୁର ଜିଲ୍ଳାପାଳ, ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ବିଭୂତି ଭୂଷଣ ଦାସଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ବ୍ୟକ୍ତିଗତ ସଚିବ ପ୍ରମୋଦ କୁମାର ବେହେରାଙ୍କୁ ରାୟଗଡ଼ା ଜିଲ୍ଲାପାଳ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ଅର୍ଚ୍ଚନା ପଟ୍ଟନାୟକଙ୍କୁ କେବଳ ଓଡ଼ିଶା ଔଷଧ ନିଗମ ଏମଡି ଭାବେ କାର୍ଯ୍ୟ କରିବାକୁ କୁହାଯାଇଛି।



from Odisha Reporter http://bit.ly/2SKBTsN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages