ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ପାଇଁ କଡ଼ା ନିୟମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 28, 2019

ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ପାଇଁ କଡ଼ା ନିୟମ

ଯୁକ୍ତ ୨

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମ୍ୟାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଘଟଣାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୭ରୁ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ କଡ଼ାକଡ଼ି ନିୟମ କରିଛନ୍ତି ସରକାର। ପରୀକ୍ଷାର୍ଥୀମାନେ ପରୀକ୍ଷା ହଲ୍‌କୁ ଯିବା କ୍ଷେତ୍ରରେ କେତେକ କଟକଣା ଜାରି କରାଯାଇଛି। ହାତଘଣ୍ଟା ଓ ମୋବାଇଲ୍‌ ଆଦି ନେବାକୁ ବାରଣ କରାଯାଇଛି। ଆଜି ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ଶ୍ରୀ ମହାପାତ୍ର କହିଛନ୍ତି,“ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୭ ତାରିଖରୁ ଆରମ୍ଭ ହେବ ଓ ମାର୍ଚ୍ଚ ୩୦ ତାରିଖରେ ସରିବ। ଏଥିପାଇଁ ସବୁ ପ୍ରସ୍ତୁତି ସରିଛି। ହାଇସ୍କୁଲ ପରୀକ୍ଷାରେ ୩୦୪ଟି ହବ୍‌ କରାଯାଇଥିଲା। ସେହିପରି ଯୁକ୍ତ ୨ ପରୀକ୍ଷା ପାଇଁ ୨୦୨ଟି ହବ୍‌ କରାଯାଇଛି। ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିବ। ବର୍ତ୍ତମାନ ସୁଦ୍ଧା ୯୩୭ ସେଣ୍ଟରରେ ସିସି କ୍ୟାମେରା ଲଗାଯାଇ ସାରିଛି।”

ଚଳିତ ବର୍ଷ ୧୦୯୧ଟି କେନ୍ଦ୍ରରେ ଯୁକ୍ତ ୨ ପରୀକ୍ଷା ହେବ। ପରୀକ୍ଷାର୍ଥୀ ପ୍ରଶ୍ନପତ୍ରରେ ସେମାନଙ୍କର ରୋଲ ନମ୍ବର ଲେଖିବେ। ୩ ଲକ୍ଷ ୬୯ ହଜାର ଛାତ୍ରୀଛାତ୍ର ଯୁକ୍ତ ୨ ପରୀକ୍ଷା ଦେବେ। ପ୍ରତିଦିନ ଗାଡ଼ିରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରକୁ ପଠାଯିବ। ସେହି ଗାଡ଼ିଗୁଡ଼ିକ ପୁଲିସ୍ ସୁରକ୍ଷା ବଳୟ ମଧ୍ୟରେ ପଠାଇବାକୁ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ପୁଲିସ୍‌ ମୁତୟନ କରାଯିବ। ଆଜି ସଚିବାଳୟରେ ମୁଖ୍ୟ ସଚିବ ଆଦିତ୍ୟ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ପରେ ଗଣଶିକ୍ଷା ସଚିବ ମହାପାତ୍ର ଏହା କହିଛନ୍ତି।



from Odisha Reporter https://ift.tt/2EkfNns

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages