ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ଆତଙ୍କୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 1, 2019

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ଆତଙ୍କୀ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲୱାମା ଜିଲ୍ଲାରେ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ନିକଟରୁ ଏକେ-୪୭ ଓ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ଏମାନେ ପାକିସ୍ତାନରେ ସକ୍ରିୟ ଜୈଶ-ଇ-ମହମ୍ମଦ ଆତଙ୍କୀ ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି।

ଆଜି ପୁଲୱାମାର ଦ୍ରବଗାମ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା କ୍ଷଣି ଗୁଳିମାଡ଼ କରିଥିଲେ।

ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ପାଲଟା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଏହି ଗୁଳି ବିନିମୟରେ ସାହିଦ ମୁସ୍ତାକ ବାବା ଓ ଇନାୟତ ଅବଦୁଲ୍ଲା ଜିଗର ନାମକ ଦୁଇ ଜଣ ଆତଙ୍କୀ ନିହତ ହୋଇଛନ୍ତି। ଏମାନଙ୍କ ଘର ପୁଲୱାମାରେ ହୋଇଥିବା ବେଳେ ଏହି ଦୁଇ ଜଣ ଜୈଶ ପାଇଁ କାମ କରୁଥିବା ଜଣାପଡ଼ିଛି।



from Odisha Reporter http://bit.ly/2HJ7juZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages