
ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ପାନପୋଷ ଛକରେ ଥିବା ପଞ୍ଚମ ହୋଟେଲରେ ନିଆଁ ଲାଗି ୭ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୬ ଜଣ ହୋଟେଲ କର୍ମଚାରୀଙ୍କ ସହ ମାଲିକଙ୍କ ଭାଇ ଅଛନ୍ତି।
ଆହତମାନଙ୍କୁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଇସ୍ପାତ ଜେନେରାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ଆଜି ସକାଳ ପ୍ରାୟ ସାଢେ ଆଠଟା ବେଳେ ହୋଟେଲରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହୋଟେଲର ରୋଷେଇ ଚାଲିଥିବା ବେଳେ ଗ୍ୟାସ ସିଲିଣ୍ଡରରୁ ଅଗ୍ନିକାଣ୍ଡ ଘଟି ବ୍ୟାପି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।
from Odisha Reporter https://ift.tt/2twQhqe
No comments:
Post a Comment