
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ ସହିତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି।
ପୂର୍ବ ବିହାରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାରେ ୨ ଦିନ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ଷା ପରେ ଥଣ୍ଡା ଆହୁରି ବଢିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
from Odisha Reporter http://bit.ly/2MWO2FE
No comments:
Post a Comment