ସହିଦ୍‌ଙ୍କ ସ୍ମୃତିରେ ସ୍କୁଲରେ ହେବ ୨ ମିନିଟ୍‌ ନିରବ ପ୍ରାର୍ଥନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 15, 2019

ସହିଦ୍‌ଙ୍କ ସ୍ମୃତିରେ ସ୍କୁଲରେ ହେବ ୨ ମିନିଟ୍‌ ନିରବ ପ୍ରାର୍ଥନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଶ୍ମୀରର ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ଯବାନଙ୍କ ସମ୍ମାନରେ ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ୨ ମିନିଟ୍‌ର ନିରବ ପ୍ରାର୍ଥନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। ଆସନ୍ତାକାଲି ଦିନ ୧୧ଟା ସମୟରେ ଏକକାଳୀନ ରାଜ୍ୟବ୍ୟାପୀ ଏହି ନିରବ ପ୍ରାର୍ଥନା କରାଯିବ।

ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଗତସିଂହପୁର ଜିଲ୍ଲା ନାଉଗାଁର ପ୍ରସନ୍ନ ସାହୁ ଓ କଟକ ଜିଲ୍ଲା ନିଆଳିର ରତନପୁର ଗାଁର ମନୋଜ କୁମାର ବେହେରା ସହିଦ୍ ହୋଇଥିଲେ। ଦୁଇ ସହିଦ୍‌ଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଲେଖାଁଏ ସହାୟତା ଦେବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ସେହିପରି ଶୋକସନ୍ତପ୍ତ ପରିବାରକୁ ଭେଟିବା ପାଇଁ ୨ଜଣ ମନ୍ତ୍ରୀ ଶଶିଭୂଷଣ ବେହେରା ଓ ପ୍ରତାପ ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଗତକାଲି ସିଆରପିଏଫ୍ ଯବାନଙ୍କୁ ଟାର୍ଗେଟ କରି ହୋଇଥିବା ଏହି ଆକ୍ରମଣରେ ୪୦ ଯବାନ ସହିଦ ହୋଇଥିଲେ। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଅବନ୍ତୀପୋରା ନିକଟରେ ଏହି ଆକ୍ରମଣ ହୋଇଥିଲା। ପାଖାପାଖି ୨୫୦୦ରୁ ଅଧିକ ଯବାନ ୭୮ଟି ଗାଡ଼ିରେ ଜମ୍ମୁରୁ ଶ୍ରୀନଗର ଫେରୁଥିବା ବେଳେ ସେମାନଙ୍କ ଗାଡିକୁ ଆତଙ୍କବାଦୀ ଟାର୍ଗେଟ କରିଥିଲେ। ୬୦ କେଜିର ଆରଡିଏକ୍ସ ବିସ୍ଫୋରକ ଭରା ଏକ ଭ୍ୟାନ୍‌ ଯବାନ ବସିଥିବା ଏକ ବସ୍‌ରେ ମାଡ଼ କରିଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ଏଥିରେ ଗାଡ଼ି ସଂପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଥିଲା। ଏପରିକି ଜେନ ଯବାନଙ୍କ ଶରୀର ୮୦ ମିଟର ଦୂରକୁ ଛିଟିକି ପଡ଼ିଥିଲା।



from Odisha Reporter http://bit.ly/2DIC7XA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages