
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ସରକାରଙ୍କ ଯୁଗ୍ମ ସଚିବ ଅଖିଳ ଚନ୍ଦ୍ର ନାୟକ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗା ଗାଁର ଶ୍ରୀ ନାୟକ ବିଜେପିରେ ଯୋଗ ଦେଇଥିବା କହିଛନ୍ତି। ତାଙ୍କୁ ଆଜି ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଦଳରେ ସ୍ୱାଗତ କରିବା ସହ ତାଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପିନ୍ଧାଇଥିଲେ। ଦଳୀୟ କାର୍ଯାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ଦଳର ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ। ଶ୍ରୀ ନାୟକ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅର୍ଥ ପରାମର୍ଶଦାତା ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିଲେ। ସେ ଗତକାଲି ସ୍ୱେଚ୍ଛାକୃତ ଅବସର ନେଇ ଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତିା
ଶ୍ରୀ ନାୟକ ରାଜ୍ୟ ‘ବାଥୁଡି’ ଜନଜାତି ସମାଜର ରାଜ୍ୟ ଉପଦେଷ୍ଟା ଅଛନ୍ତି। ଅନସୂଚିତ ଜନଜାତି ଜାତୀୟ ମହାଧିବେଶନର ପୂର୍ବରୁ ତାଙ୍କର ଯୋଗଦାନ ଦଳକୁ ଆହୁରି ଶକ୍ତି ଦେବ ଓ କେନ୍ଦୁଝର ଜିଲ୍ଲାରେ ଦଳ ଆହୁରି ମଜବୁତ୍ ହେବ ବୋଲି ରାଜ୍ୟ ଉପସଭାପତି ସମୀର ମହାନ୍ତି କହିଛନ୍ତି। ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ରାଜ୍ୟ ମୁଖପାତ୍ର ଦିଲ୍ଲୀପ ମଲ୍ଲିକ, କୃଷକ ମୋର୍ଚ୍ଚାର ରାଷ୍ଟ୍ରୀୟ ଉପସଭାପତି ମହେଶ୍ୱର ସାହୁ ଏବଂ କେନ୍ଦୁଝର ଜିଲ୍ଲା ବିଜେପି ସଭାପତି ରାଧାକାନ୍ତ ମହନ୍ତ ପ୍ରମୁଖ ଉପସ୍ଥିତ ଥିଲେ।
from Odisha Reporter http://bit.ly/2t1exjP
No comments:
Post a Comment