କାର୍‌ ଦୁର୍ଘଟଣାରେ ଚାଲିଗଲା ସାଂସଦଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 23, 2019

କାର୍‌ ଦୁର୍ଘଟଣାରେ ଚାଲିଗଲା ସାଂସଦଙ୍କ ଜୀବନ

ଚେନ୍ନାଇ: ତାମିଲନାଡୁର କ୍ଷମତାସୀନ ଏଆଇଏଡିଏମକେର ଜଣେ ସାଂସଦଙ୍କର ଆଜି କାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ନାଁ ଏସ୍‌ ରାଜେନ୍ଦ୍ରନ ହୋଇଥିବା ବେଳେ ତାମିଲନାଡୁର ଭିଲ୍ଲୁପୁରାମଠାରେ ଘଟିଥିବା କାର ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି।

ସେ ଆଜି ସକାଳେ ଭିଲ୍ଲୁପୁରାମରୁ ଟିନ୍‌ଡିଭାନମ ଯାଉଥିବା ବେଳେ କାର୍‌ଟି ଭାରସାମ୍ୟ ହରାଇ ପ୍ରଥମେ ଏକ ଡିଭାଇଡରକୁ ଧକ୍କା ଦେଇଥିଲା। ଏହାପରେ କାର୍‌ଟି ରାସ୍ତରେ ଓଲଟି ପଡ଼ିଥିଲା।

ଦୁର୍ଘଟଣା ପରେ ରାଜେନ୍ଦ୍ରନଙ୍କ ମୁଣ୍ଡ ଓ ଛାତିରେ ଆଘାତ ଲାଗିଥିଲା। ତାଙ୍କୁ ତୁରନ୍ତ ହସ୍ପିଟାଲ୍‌ ନିଆଯାଇଥିଲେ ହେଁ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୩ ଜଣ ମଧ୍ୟ ଆହତ ହୋଇଛନ୍ତି।
ତାମିଲନାଡୁର ମୁଖ୍ୟମନ୍ତ୍ରୀ କେ ପଲାନିସ୍ୱାମୀ ସାଂସଦଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି।



from Odisha Reporter https://ift.tt/2IGbtVg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages