ନବୀନଙ୍କୁ ଯାଜପୁରରେ ବିରୋଧ କରିବୁ: ବିଜେପି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 14, 2019

ନବୀନଙ୍କୁ ଯାଜପୁରରେ ବିରୋଧ କରିବୁ: ବିଜେପି

ଯାଜପୁର (ଗୁଲାମ୍‌ ଗସ୍‌): ଆସନ୍ତା ୧୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଜପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିଜେପି ମହିଳା ମୋର୍ଚ୍ଚା ବିରୋଧ କରିବ ବୋଲି ଚେତାବନୀ ଦେଇଛି। ବିଞ୍ଝାରପୁର ବ୍ଲକର ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗରେ ଦଳ ପ୍ରତିବାଦ କରିବ ବୋଲି କହିଛି।

ବିଞ୍ଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଏହା ଅଧୀନରେ ଥିବା ୭ଟି ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେଲା ଡାକ୍ତର ଓ କର୍ମଚାରୀ ନଥିବାରୁ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ମିଳୁନଥିବା ଦଳ ଅଭିଯୋଗ କରିଛି। ଖାଲି ପଡ଼ିଥିବା ସମସ୍ତ ପଦବୀ ପୂରଣ ପାଇଁ ବହୁଦିନରୁ ଦାବି ହୋଇ ଆସୁଥିଲେ ମଧ୍ୟ କିଛି ପଦକ୍ଷେପ ନିଆଯାଇନି। ଏନେଇ ବିଜେପି ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି।



from Odisha Reporter http://bit.ly/2UWGCVp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages