
ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଗାନ୍ଧି ଛକ ନିକଟରେ ଏକ ଟ୍ରାକ୍ଟର ଧକ୍କାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ସୁବ୍ରତ କୁମାର ସାହୁ (୧୨) ବର୍ଷ। ସେ ସପ୍ତମ ଶ୍ରେଣୀରେ ପଢ଼ୁଥିଲେ।
ସୁବତ୍ର ସ୍କୁଲକୁ ଯାଉଥିବା ବେଳେ ଟ୍ରାକ୍ଟର ପଛପଟୁ ଆସି ତାଙ୍କୁ ଧକ୍କା ଦେଇଥିଲା। ପରିବାର ଲୋକ ତାଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ପୁଲିସ୍ ଅଟକ ରଖିଛି।
from Odisha Reporter https://ift.tt/2NgX0NW
No comments:
Post a Comment