ମ୍ୟାଟ୍ରିକ୍‌ ପରୀକ୍ଷା ଦେବାକୁ ଯାଉଥିଲେ, ପିଟିଦେଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 21, 2019

ମ୍ୟାଟ୍ରିକ୍‌ ପରୀକ୍ଷା ଦେବାକୁ ଯାଉଥିଲେ, ପିଟିଦେଲା ଟ୍ରକ୍‌

accident

କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲାରେ ମ୍ୟାଟ୍ରିକ ପରୀକ୍ଷା ଦେବାକୁ ବାଇକ୍‌ରେ ଯାଉଥିବା ଜଣେ ଛାତ୍ରଙ୍କୁ ଟ୍ରକ ଧକ୍କା ଦେବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣାଟି ୫୩ ନମ୍ବର ଜାତୀୟ ରାଜପଥର ବାରିହ।ପୁର ନିକଟରେ ଘଟିଛି। ଆହତ ଛାତ୍ର ଜଣଙ୍କ ହେଲେ ବୁଲୁ ନାୟକ।

କମର୍ଦା ଗାଁର ଗଣେଶ୍ୱର ନାୟକଙ୍କ ପୁଅ ବୁଲୁ ମୁକ୍ତାପସି ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପାଠ ପଢ଼ନ୍ତି। ଆଜି ସେ ମ୍ୟାଟ୍ରିକ୍‌ ପରୀକ୍ଷା ଦେବା ପାଇଁ କଙ୍କଡ଼ାଷୋଡ଼ ଉଚ୍ଚ ବିଦ୍ୟାଳୟକୁ ଯାଉଥିଲେ। ଏହି ସମୟରେ ତାଙ୍କ ବାଇକ୍‌ ସହ ଏକ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ବୁଲୁଙ୍କ ଡାହାଣ ଗୋଡ଼ ଭାଙ୍ଗି ଯାଇଥିବା ବେଳେ ବାଇକ ଚଳାଉଥିବା ଶାନ୍ତନୁ ନାୟକଙ୍କର ମଧ୍ୟ ଗୋଡ଼ ଭାଙ୍ଗି ଯାଇଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

 

 



from Odisha Reporter https://ift.tt/2T7Jf9L

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages