
ଉଦଳା (ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ବାଉଁଶପାଳ ଗାଁରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଦୁଇ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଏଥିସହ ନିଆଁରେ ପୋଡ଼ି ହୋଇ ଜଣେ ଯୁବତୀ ଗୁରୁତର ହୋଇଛନ୍ତି।
ଉଦଳା ଅଗ୍ନିଶମ ବିଭାଗ ନିଆଁକୁ ଆୟତ କରିଥିଲା। ଅଗ୍ନିକାଣ୍ଡର କାରଣ ଏବେ ବି ଅସ୍ପଷ୍ଟ ରହିଛି।
ଆଜି ଭୋରରେ ଗାଁର ବୀରେନ୍ଦ୍ର ବେହେରାଙ୍କ ଘରେ ନିଆଁ ଲାଗି ଯାଇଥିଲା। ଏହି ସମୟରେ ସମସ୍ତେ ଶୋଇଥିବାରୁ ଅଗ୍ନିକାଣ୍ଡ ସମ୍ପର୍କରେ ଜାଣିପାରି ନଥିଲେ। ନିଆଁ ପୂରା ଘରକୁ ବ୍ୟାପି ଯାଇଥିଲା। ଅଗ୍ନିକାଣ୍ଡରେ ବୀରେନ୍ଦ୍ରଙ୍କ ଝିଅ ଧରିତ୍ରୀ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବାରିପଦା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ି ଯାଇଥିବା ଡାକ୍ତର କହିଛନ୍ତି।
from Odisha Reporter https://ift.tt/2NqrnS7
No comments:
Post a Comment