ପ୍ରାର୍ଥୀ ଚୟନ ପାଇଁ ଓଡ଼ିଶା ଆସିବ କଂଗ୍ରେସର କେନ୍ଦ୍ରୀୟ ସ୍କ୍ରିିନିଂ କମିଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 12, 2019

ପ୍ରାର୍ଥୀ ଚୟନ ପାଇଁ ଓଡ଼ିଶା ଆସିବ କଂଗ୍ରେସର କେନ୍ଦ୍ରୀୟ ସ୍କ୍ରିିନିଂ କମିଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ଚଳିତମାସ ଶେଷ ସୁଦ୍ଧା ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ସୂଚନା ଦେଇଥିବାବେଳେ ଦଳର କେନ୍ଦ୍ରୀୟ ସ୍କ୍ରିନିଂ କମିଟି ୧୩ତାରିଖରେ ଓଡ଼ିଶା ଗସ୍ତରେ ଆସିବ।

ଦଳର ଉପସଭାପତି ଅନନ୍ତ ପ୍ରସାଦ ସେଠୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ଏଆଇସିସି ପକ୍ଷରୁ କେନ୍ଦ୍ରୀୟ ସ୍କ୍ରିନିଂ କମିଟିର ଅଧ୍ୟକ୍ଷ ଭିଡି ସାଥୀଶାନ୍ ଓ ସଦସ୍ୟ ନୌଶାଦ ସୋଲାଙ୍କି ସାଧାରଣ ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସମ୍ପର୍କରେ ମତାମତ ଓ ତଥ୍ୟ ସଂଗ୍ରହ କରିବାକୁ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଉଭୟ ନେତା ଚଳିତମାସ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। କମିଟି ସଦସ୍ୟ ଶ୍ରୀ ସୋଲାଙ୍କି ୧୩ ତାରିଖରେ ବ୍ରହ୍ମପୁର ଠାରେ ଆସିକା ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ, ୧୪ ତାରିଖରେ ନବରଙ୍ଗପୁର ଠାରେ ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ୧୫ ତାରିଖରେ ଜୟପୁରଠାରେ କୋରାପୁଟ ଲୋକସଭା ଓ ଏହାର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଚୟନ ସଂପର୍କରେ ମତାମତ ଗ୍ରହଣ କରିବେ।



from Odisha Reporter http://bit.ly/2E8mTwv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages