ବରିଷ୍ଠ କଂଗ୍ରେସ ନେତା ହରିହର କରଣଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 3, 2019

ବରିଷ୍ଠ କଂଗ୍ରେସ ନେତା ହରିହର କରଣଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ହରିହର କରଣଙ୍କ ପରଲୋକ ହୋଇଛି। ସେ ସେପ୍ଟିସେମିଆ ରୋଗରେ ପୀଡ଼ିତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଷଷ୍ଠ, ସପ୍ତମ, ଅଷ୍ଟମ, ନବମ, ଏକାଦଶ, ଦ୍ୱାଦଶ ବିଧାନସଭାରେ ସେ ସଦସ୍ୟ ଥିଲେ। ୧୯୪୭ ମସିହାରେ ଜନ୍ମଗ୍ରହଣ କରିଥିବା ହରିହର ଛାତ୍ର ଜୀବନରୁ ରାଜନୀତିରେ ପାଦ ଦେଇଥିଲେ। କଟକ ମଧୁସୂଦନ ଆଇନ୍‌ ମହାବିଦ୍ୟାଳୟରେ ପଢ଼ିବା ବେଳେ ୧୯୬୮ରୁ ୭୧ ଯାଏ ଛାତ୍ର ସଂସଦର ସଭାପତି ଥିଲେ। ପରେ ରାଜ୍ୟ କଂଗ୍ରେସ କମିଟିର ସାଧାରଣ ସଂପାଦକ ଓ ଏଆଇସିସି ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ। ୨୦୧୩ରେ କରଣ ପିସିସି ଶୃଙ୍ଖଳା କମିଟି ମୁଖ୍ୟ ଥିଲେ।

୧୯୭୪ ମସିହାରେ ଷଷ୍ଠ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଦ୍ୱିତୀୟ ଥର ପାଇଁ ୧୯୭୭ରେ ସପ୍ତମ ବିଧାନସଭାକୁ ନିର୍ବାଚିତ ହେବା ପରେ ୧୯୮୦ରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ହୋଇଥିଲେ।



from Odisha Reporter http://bit.ly/2DRhgCH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages