
ଜୟପୁର(ଟି. ଗୋରୀ ଶଙ୍କର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ପେଟାଘାଟି ନିକଟରେ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଭାରସାମ୍ୟ ହରାଇ ଘାଟିରୁ ଓଲଟି ପଡ଼ିଛି।
ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ଟ୍ରକ୍ ଡ୍ରାଇଭର ବୋଲି ଜଣାପଡ଼ିଛି। ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ପୁଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ।
from Odisha Reporter https://ift.tt/2Nz3uYM
No comments:
Post a Comment