
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂହ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡି ମୁଖ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି।
ଜାନୁଆରୀ ୧୭ ତାରିଖରେ ଯୋଗେଶ ସିଂହଙ୍କୁ ପ୍ରାଥମିକ ସଦସ୍ୟ ପଦରୁ କଂଗ୍ରେସରୁ ବହିଷ୍କୃତ କରାଯାଇଥିଲା। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବନ କରାଯାଇଥିଲା।
କଂଗ୍ରେସରୁ ନିଲମ୍ବନ ହେବା ପରେ ଜାନୁଆରୀ ୨୨ ତାରିଖରେ ଯୋଗେଶ ସିଂ ବିଧାୟକ ପଦରୁ ଇସ୍ତଫା ଦେଇଥିଲେ। ଶ୍ରୀ ସିଂ ବାଚସ୍ପତି ପ୍ରଦୀପ କୁମାର ଅମାତଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେଇଥିଲେ।
ଶ୍ରୀ ସିଂ ୨୦୦୯ ମସିହାରୁ ସୁନ୍ଦରଗଡ଼ ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇ ଆସୁଛନ୍ତି।
from Odisha Reporter http://bit.ly/2MRmW2H
No comments:
Post a Comment