ଅନିର୍ଦ୍ଦିଷ୍ଟ କାଳ ପାଇଁ ବୌଦ୍ଧ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 3, 2019

ଅନିର୍ଦ୍ଦିଷ୍ଟ କାଳ ପାଇଁ ବୌଦ୍ଧ ବନ୍ଦ

ବୌଦ୍ଧ (ଭାର୍ଜନ ପ୍ରଧାନ): ଆଜି ବୌଦ୍ଧ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ୪ ଦଫା ଦାବିରେ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଡାକରା ଦିଆଯାଇଛି। ସକାଳୁ ସକାଳୁ ବିଜେପି କର୍ମୀମାନେ ପିକେଟିଂ କରି ଗାଡ଼ି ଚଳାଚଳ ଓ ଦୋକାନ ବଜାର ବନ୍ଦ କରିଛନ୍ତି।

ଅନ୍ୟପକ୍ଷରେ ବନ୍ଦକୁ ଦେଖି ମନମୁଣ୍ଡା ପୁଲିସ୍‌ ବିଜେପି ଯୁବମୋର୍ଚ୍ଚାର ସଭାପତିଙ୍କ ସମେତ ଦୁଇ ଜଣଙ୍କୁ ଥାନାରେ ଅଟକ ରଖିଛି।

ଜିଲ୍ଲା ଭିତ୍ତିକ ଷ୍ଟାଫ୍‌ ନର୍ସ ପଦବୀ ନିଯୁକ୍ତି, ଜିଲ୍ଲାରେ ଧାନ ମଣ୍ଡି ବନ୍ଦ କରାଯିବାକୁ ବିରୋଧ, ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପର ବୌଦ୍ଧରେ ଏଯାଏ କାମ ଆରମ୍ଭ ନହେବା, ଜିଲ୍ଲାରେ ଆରଆଇ, ଅମିନ ନିଯୁକ୍ତିରେ ହୋଇଥିବା ଦୁର୍ନୀତିର ପର୍ଦାଫାସ କରିବା ସହିତ ଏଥିରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ଦାବି କରିଛି।



from Odisha Reporter http://bit.ly/2SuQhVW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages