ବିଜେପି ରାଷ୍ଟ୍ରୀୟ ଉପସଭାପତି ହେଲେ ବୈଜୟନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 8, 2019

ବିଜେପି ରାଷ୍ଟ୍ରୀୟ ଉପସଭାପତି ହେଲେ ବୈଜୟନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପିରେ ଯୋଗଦେଇଥିବା କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ନୂଆ ଦାୟିତ୍ୱ। ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଏହାଛଡ଼ା ଦଳର ରାଷ୍ଟ୍ରୀୟ ମୁଖପାତ୍ର ଭାବେ ମଧ୍ୟ ତାଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ।

ଗତ ୪ ତାରିଖରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଇଥିଲେ ଶ୍ରୀ ପଣ୍ଡା। ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶା ପ୍ରଭାରୀ ଅରୁଣ ସିଂହ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଓ ବିଜେପି ବିଧାୟକ ଦଳ ନେତା କନକବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗଦେଇଥିଲେ।

ବୈଜୟନ୍ତ କେନ୍ଦ୍ରାପଡ଼ାରୁ ଦୁଇ ଦୁଇଥର ସାଂସଦ ଥିଲେ। ତା ପୂର୍ବରୁ ଦୁଇଥର ରାଜ୍ୟସଭା ସାଂସଦ ଭାବେ ମଧ୍ୟ ତାଙ୍କର ସଫଳ ଅଭିଜ୍ଞତା ରହିଛି। ଏହାବ୍ୟତୀତ ‘ହେଇଯାଉ’ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ କ୍ରମାଗତ ଭାବେ ସେ ଲୋକଙ୍କ ସହ ଯୋଡ଼ି ହୋଇ ରହିଛନ୍ତି।



from Odisha Reporter https://ift.tt/2TDUJC5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages