ବିଜେପିରେ ମିଶିଲେ ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ବିଜେପିରେ ମିଶିଲେ ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁ ଆଜି ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଆନୁଷ୍ଠାନିକ ଭାବେ ବିଜେପିରେ ମିଶିଛନ୍ତି।

ଖାରବେଳ ୧୯୯୮ରୁ ୨୦୦୯ ମଧ୍ୟରେ ବାଲେଶ୍ୱରରୁ ବିଜେପି ଟିକେଟରେ ୩ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ ଲୋକସଭା ନିର୍ବାଚନ ପରେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ଉତ୍କଳ ଭାରତ ନାଁରେ ଗଢ଼ିଥିଲେ ନୂଆ ଦଳ। ବିଜେପି ଆସନ୍ତା ନିର୍ବାଚନରେ ଖାରବେଳଙ୍କୁ କନ୍ଧମାଳ ଲୋକସଭା ଆସନରୁ ପ୍ରାର୍ଥୀ କରାଯିବ ବୋଲି ଚର୍ଚ୍ଚା ହେଉଛି।

ଗତକାଲି ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର, ଜଳେଶ୍ୱରର ପୂର୍ବତନ ବିଧାୟକ ଦେବୀ ପ୍ରସନ୍ନ ଚାନ୍ଦ ସମେତ ଶତାଧିକ ନେତା ଓ କର୍ମୀ ବିଜେପିରେ ମିଶିଥିଲେ।
ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ,ଡାକ୍ତର ଦାମୋଦର ରାଉତ ଓ ଅନ୍ୟମାନଙ୍କ ଉପସ୍ଥିତିରେ ଏହି ନେତା ଓ କର୍ମୀମାନେ ବିଜେପିରେ ସାମିଲ ହୋଇଥିଲେ।



from Odisha Reporter https://ift.tt/2JDbPw3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages