ବାବୁ ସିଂହ ବିଜେଡି ଛାଡ଼ିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 9, 2019

ବାବୁ ସିଂହ ବିଜେଡି ଛାଡ଼ିଲେ

babusingh

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ ବିଜେଡିରେ ମିଶିଥିବା ବେଳେ ଆଉ ଜଣେ ନେତା ବିଜେଡି ଛାଡ଼ି ଦେଇଛନ୍ତି। ସେ ହେଉଛନ୍ତି ବାବୁ ସିଂହ।

ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ତାଙ୍କର ଇସ୍ତଫାର କାରଣ ସଂପର୍କରେ କିଛି କହି ନାହାନ୍ତି।

ସେ ବିଜେଡିର ଭୁବନେଶ୍ୱର ଜିଲ୍ଲାର କାର୍ଯ୍ୟକାରୀ ସଭାପତି ଥିଲେ। ସେ ଆଜି ତାଙ୍କ ପଦବୀ ସହିତ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି।

କୁହାଯାଉଛି, ସେ ଭୁବନେଶ୍ୱରର ଏକାମ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟ୍‌ରେ ନିର୍ବାଚନ ଲଢ଼ିବାକୁ ଆଶା ରଖିଥିଲେ। ଟିକେଟ୍ ନପାଇବା ନେଇ ସ୍ପଷ୍ଟ ହୋଇଯିବା ପରେ ସେ ଦଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି, ନା ଆଉ କିଛି କାରଣ ରହିଛି, ତାହା ସ୍ପଷ୍ଟ ହୋଇପାରିନି।

ବାବୁ ସିଂହ କେଉଁ ଦଳକୁ ଯିବେ, ତାହା ସ୍ପଷ୍ଟ ହୋଇନି। ସେ ଏନେଇ କିଛି କହି ନାହାନ୍ତି।



from Odisha Reporter https://ift.tt/2NPsGKy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages