ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 28, 2019

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ।  ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।  ପ୍ରାକୃତିକ ଶୈଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଏବଂ କଳା ଆଦି ପାରମ୍ପରିକ ରଙ୍ଗରେ ଶୃଙ୍ଗାର ହୋଇସାରିବା ପରେ ଝଲସି ଉଠିବ ମହାପ୍ରଭୁଙ୍କ ଶ୍ରୀମୁଖ । ଶ୍ରୀଜଗନ୍ନାଥଙ୍କ ଏହି ବେଶ ଶ୍ରେଷ୍ଠ ନୀତି ମଧ୍ୟରେ ଅନ୍ୟତମ।

ବନକଲାଗି ନୀତି ମହାପ୍ରଭୁଙ୍କର ଏକ ଗୁପ୍ତ ସେବା ଓ ପ୍ରାୟ ଚାରିଘଣ୍ଟାର ସେବା ହୋଇଥାଏ।  ଏହି କାରଣରୁ ଆଜି ଅପରାହ୍ନ ୪ଟାରୁ ରାତି  ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।



from Odisha Reporter https://ift.tt/2UWzzg4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages