ଆୟୁବ ଖାନ୍ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 26, 2019

ଆୟୁବ ଖାନ୍ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଣ୍ଟାବାଞ୍ଜି ବିଧାୟକ ଆୟୁବ ଖାନଙ୍କ ଟିକେଟ୍ କଟିବା ପରେ ତାଙ୍କୁ ସନ୍ତୁଷ୍ଟ କରିବାକୁ ବିଜେଡି ଜୋରଦାର ପ୍ରୟାସ କରିଛି। କଣ୍ଟାବାଞ୍ଜିରେ ବିଜେଡି ଅଜୟ ଦାସଙ୍କୁ ବିଧାୟକ ପ୍ରାର୍ଥୀ କରିବା ପରେ ଆୟୁବ ଖାନ୍ ବିଦ୍ରୋହୀ ହେବାର ଆଶଙ୍କା ରହିଥିଲା।

ଆୟୁବ ବିଦ୍ରୋହୀ ହେଲେ ଦଳକୁ ଏହି ଆସନ ହରାଇବାକୁ ପଡ଼ିବାର ମଧ୍ୟ ସମ୍ଭାବନା ଥିଲା। ତେଣୁ ସ୍ଥିତିକୁ ଦୃଷ୍ଟିରେ ରଖି ବିଜେଡି ଆୟୁବ ଖାନଙ୍କୁ ଆଜି ବିଜେଡିର ସାଧାରଣ ସମ୍ପାଦକ ପଦବୀରେ ଅବସ୍ଥାପିତ କରିଛି। ଏହାସହିତ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି କଟକ ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ପ୍ରଫୁଲ୍ଲ ସିଂହଙ୍କୁ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି ବୋଲି ଦଳ ପକ୍ଷରୁ ଜାରି ପ୍ରେସ୍ ରିଲିଜରେ କୁହାଯାଇଛି।



from Odisha Reporter https://ift.tt/2UYa8dQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages