ଠିକାଦାରଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ଠିକାଦାରଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ମହାରାଜ ପଲ୍ଲୀ ନିକଟରେ ଜଣେ ଠିକାଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ରମେନ୍ ବିଶ୍ୱାସ। କେହି ତାଙ୍କୁ ଟାଙ୍ଗିଆ ବା କୌଣସି ମାରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ପୁଲିସ୍‌ ସନ୍ଦେହ କରୁଛି। ରମେନ୍ ଏମ୍ ଭି 43 ଗାଁ ର ଜଣେ ବଡ଼ ଠିକାଦାର ଥିଲେ ।

ଗତକାଲି ରାତିରେ ରମେନଙ୍କ ମୃତଦେହ ମହାରାଜପଲ୍ଲି ରାସ୍ତା ନିକଟରେ ପଡ଼ିଥିବା ସ୍ଥନୀୟ ଲୋକେ ଦେଖିଥିଲେ। ଏନେଇ ଗାଁ ଲୋକଙ୍କୁ ଖବର ଦେଇଥିଲେ। ଗ୍ରାମବାସୀ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଏମଭି 79 ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତଘୋଷଣା କରିଥିଲେ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହୋଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2URO2tF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages