୫୦୦ କୋଟି ତଣ୍ଡ ଗଣିବ ଭକସୱାଗନ କାର କମ୍ପାନୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 7, 2019

୫୦୦ କୋଟି ତଣ୍ଡ ଗଣିବ ଭକସୱାଗନ କାର କମ୍ପାନୀ

ନୂଆଦିଲ୍ଲୀ: ଜର୍ମାନୀ କାର ନିର୍ମାତା କମ୍ପାନୀ ଭକସୱାଗନକୁ ୫୦୦ କୋଟି ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ। କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଆଇନକୁ ଏହି କମ୍ପାନୀ ଜାଣିଶୁଣି ଉଲ୍ଲଂଘନ କରୁଥିବାର ପ୍ରମାଣ ମିଳିବା ପରେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ୨ ମାସ ମଧ୍ୟରେ ଜୋରିମାନା ପୈଠ କରିବାକୁ ଜର୍ମାନୀର ଏହି କାର କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଭକସୱାଗନ ତାର ସମସ୍ତ ଡିଜେଲ କାରରେ ପ୍ରଦୂଷଣ ମାତ୍ରାକୁ ଲୁଚାଇବାକୁ ଏକ ଠକେଇ ଯନ୍ତ୍ରାଂଶ ଲଗାଇଥିଲା। ପରିଣାମ ସ୍ଵରୂପ ପ୍ରଦୂଷଣ ପରୀକ୍ଷାରେ ଭକସୱାଗନ କାର ଗୁଡ଼ିକ ପାର ପାଇଯାଉଥିଲେ। ଏହି ଠକେଇ ଧରାପଡ଼ିବା ପରେ ଏନଜିଟି ଭକସୱାଗନ କମ୍ପାନୀକୁ ଜୋରିମାନା ପୈଠ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ମାମଲାରେ ନଭେମ୍ବର ୧୬, ୨୦୧୮ରେ ଏନଜିଟି ପ୍ରଥମେ ୧୦୦ କୋଟି ଟଙ୍କା ଜୋରିମାନା ଭରିବାକୁ କମ୍ପାନୀକୁ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ କମ୍ପାନୀକୁ ଜାନୁଆରୀ ୧୮, ୨୦୧୯ ପର୍ଯ୍ୟନ୍ତ ସମୟ ଦିଆଯାଇ ଥିଲା। କିନ୍ତୁ ଏନଜିଟିଙ୍କ ନିର୍ଦ୍ଦେଶକୁ ଖାତିର ନକରି କମ୍ପାନୀ କେବଳ ନିଜର ଏକ ବିଜ୍ଞପ୍ତି ପ୍ରକାଶ କରିଦେଇଥିଲା। ଏହାପରେ ଏନଜିଟି ମାମଲାର ଶୁଣାଣି କରି ଅଧିକ ଜୋରିମାନା ସହ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି ।



from Odisha Reporter https://ift.tt/2NOgE4b

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages