ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଆଶ୍ୱସ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 12, 2019

ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଛତ୍ରପୁର ବିଜେଡି କର୍ପୋରେଟର ଲକ୍ଷ୍ମୀଦତ୍ତ ହତ୍ୟା ମାମଲାରେ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଆଶ୍ୱସ୍ତି ମିଳିଛି। ଉଭୟଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି। କେସ୍ ଡାଏରୀ ଦାଖଲ ପାଇଁ ପୁଲିସକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଉଭୟଙ୍କ ପକ୍ଷରୁ ମାମଲା ଲଢୁଥିବା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଏହି ସୂଚନା ଦେଇଛନ୍ତି।

ଗଞ୍ଜାମ ଜିଲ୍ଲା ଛତ୍ରପୁର ପୁଲିସ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଥାନାରେ ହାଜର ପାଇଁ ନୋଟିସ କରିଥିଲା। ନୋଟିସ ପରେ ଉଭୟ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୧୭ ସେପ୍ଟେମ୍ବର ୧୬ ତାରିଖରେ ଛତ୍ରପୁରର ଯୁବ ନେତା ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ମାମଲାରେ ୧୫ରୁ ଅଧିକ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।



from Odisha Reporter https://ift.tt/2TJqqK9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages