ଶୌଚାଳୟରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଦୁଷ୍କର୍ମ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 14, 2019

ଶୌଚାଳୟରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଦୁଷ୍କର୍ମ!

କୋଣାର୍କ(ସଞ୍ଜୟ ପତି): ଗୁରୁ ନାଁରେ କଳଙ୍କ। ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ଆଜି ଏପରି ଅଭିଯୋଗ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକରୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଚାରିଛକ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ନବଘନ ସେଠୀ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଶୌଚାଳୟକୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

ଆଜି ଛାତ୍ରୀଙ୍କ ପରିବାର ଓ ଗାଁ ଲୋକେ ପ୍ରଧାନଶିକ୍ଷକଙ୍କୁ ଏ ସମ୍ପର୍କରେ ପଚରାଉଚରା କରିଥିଲେ। ପରେ ତାଙ୍କୁ ସ୍କୁଲରେ ତାଲା ପକାଇ ଅଟକ ରଖିଥିଲେ। ଏହି ଘଟଣା ପ୍ରଚାରିତ ହେବାରୁ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଚାରିଛକ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ପ୍ରଧାନଶିକ୍ଷକଙ୍କୁ ଗିରଫ କରିଥିଲା।

ଅନ୍ୟପକ୍ଷରେ  ଅଭିଯୋଗ ପରେ ସିଆର୍‌ସିସି ଘଟଣାର ତଦନ୍ତ କରିଛନ୍ତି।



from Odisha Reporter https://ift.tt/2CiC19c

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages