ଚାକିରି ଛାଡ଼ିଲେ ସୁରେନ୍ଦ୍ରନାଥ ପଶୁପାଳକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 19, 2019

ଚାକିରି ଛାଡ଼ିଲେ ସୁରେନ୍ଦ୍ରନାଥ ପଶୁପାଳକ

ouat

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚାକିରି ଛାଡ଼ିଲେ କୃଷି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ।  ଆଜି ସେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁଳପତି ପଦ ଛାଡ଼ିବା ସହ ସରକାରୀ ଚାକିରିରୁ ଇସ୍ତଫା ଦେଇଛନ୍ତି।

ଏହି ମାସରେ ତାଙ୍କର ଚାକିରି ସରି ଥାଆନ୍ତା। ତେବେ ତା’ପୂର୍ବରୁ ସେ ଇସ୍ତଫା ଦେଇ ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟପାଳଙ୍କ ପାଖକୁ ଡାକ ଯୋଗେ ପଠାଇଥିବା ଜଣାପଡ଼ିଛି।

ପଶୁପାଳକଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିବା ପରେ କିଛି ଦିନ ତଳେ କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଛୁଟିରେ ଯିବା ଲାଗି ନିର୍ଦ୍ଦେଶ ଦେଇଥିଲେ।

ପଶୁପାଳକ ତାଙ୍କ ପଦବୀର ଅପବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଓୟୁଏଟିରେ ନିଯୁକ୍ତି କ୍ଷେତ୍ରରେ ବ୍ୟାପକ ଜାଲିଆତି ହୋଇଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।



from Odisha Reporter https://ift.tt/2TXHHzE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages