ଦୁର୍ଘଟଣାରେ ମୃତ ପୁଲିସ କର୍ମଚାରୀଙ୍କ ଅନ୍ତିମ ସଂସ୍କାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 7, 2019

ଦୁର୍ଘଟଣାରେ ମୃତ ପୁଲିସ କର୍ମଚାରୀଙ୍କ ଅନ୍ତିମ ସଂସ୍କାର

ଉମରକୋଟ (କାର୍ତ୍ତିକ ମଲ୍ଲିକ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସୁରକ୍ଷା ଦାୟିତ୍ୱ ତଦାରଖ କରିବା ପାଇଁ ଯାଉଥିବା ବେଳେ ଦୁର୍ଘଟଣାରେ ଜଣେ ପୁଲିସ କର୍ମଚାରୀ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଆଜି ଜନ୍ମମାଟିରେ ଶୋକାକୁଳ ପରିବେଶରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।

ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକର ଗଇଧଡ଼ି ଗାଁର ଜୟସିଂ ସାନ୍ତା ୪ ମାସ ତଳେ କନ୍‌ଷ୍ଟେବଳ ଚାକିରି ପାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସୁରକ୍ଷା ଦାୟିତ୍ୱ ତଦାରଖ କରିବା ପାଇଁ ସେ ତାଙ୍କ ସାଥୀମାନଙ୍କ ସହିତ ପୁଲିସ ଭ୍ୟାନ୍‌ରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଦୁଇ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଥିଲା। ତେବେ ଜୟସିଂ ସନ୍ତା ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଜୟସିଂଙ୍କୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମରେ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ପରେ ପୁଲିସ ଭ୍ୟାନରେ ତାଙ୍କ ମରଶରୀରକୁ ନିଜ ଗାଁ ଗାଇଧଡିକୁ ନିଆଯାଇଥିଲା। ସେଠାରେ ତାଙ୍କ ମରଶରୀରର ଅନ୍ତିମ ସଂସ୍କାର କରାଯାଇଥିଲା।



from Odisha Reporter https://ift.tt/2TDpUxi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages